ରାଜ୍ୟରେ ଦିନକରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧/୦୬:  ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮ ଓ ସ୍ଥାନୀୟ ଅଞ୍ଚଳରୁ ୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଜଣେ କେହି ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୫୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୯,୧୯୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।