ରାଜ୍ୟରେ ଦିନକରେ ଆଉ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୪/୦୬:  ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪ ଓ ସ୍ଥାନୀୟ ଅଞ୍ଚଳରୁ ୯ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩ ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୬୭୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୯,୩୩୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୫୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।