ରାଜ୍ୟରେ ଦିନକରେ ଆଉ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧/୦୬:  ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୯୫୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୯,୪୭୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୯୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।