ରାଜ୍ୟରେ ଦିନକରେ ଆଉ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫/୦୬:  ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୭ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୧୯୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୯,୬୦୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪୧୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।