ରାଜ୍ୟରେ ଆଜି ୧୬୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୯/୭: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୬୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୫୫ ଓ ସ୍ଥାନୀୟ ଅଞ୍ଚଳରୁ ୬୯୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୫୫,୯୭୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯ଲକ୍ଷ ୩୦ ହଜାର ୪୧୮ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୦,୩୮୭ ଜଣ ଚିକିତ୍ସାଧୀନ ଅଛନ୍ତି।