ରାଜ୍ୟରେ ଆଜି ୮୮୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୮୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୮୪୯ ଓ ସ୍ଥାନୀୟ ଅଞ୍ଚଳରୁ ୩୮୯୧ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୯୦,୯୭୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୬ଲକ୍ଷ ୦୨ ହଜାର ୬୨୧ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୮୫୪୨୩ ଜଣ ଚିକିତ୍ସାଧୀନ ଅଛନ୍ତି।