ରାଜ୍ୟରେ ଦିନକରେ ଆଉ ୩୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫/୦୮:  ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୦୮ ଓ ସ୍ଥାନୀୟ ଅଞ୍ଚଳରୁ ୧୪୭ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୩,୧୪,୭୫୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୧୪୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।