ରାଜ୍ୟରେ ଦିନକରେ ଆଉ ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬/୦୯:  ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୬ ଓ ସ୍ଥାନୀୟ ଅଞ୍ଚଳରୁ ୯୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୮୭୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୩,୧୮,୦୬୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୫୭୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।