ରାଜ୍ୟରେ ଆଜି ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦/୧୦: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮ ଓ ସ୍ଥାନୀୟ ଅଞ୍ଚଳରୁ ୧୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୧୧୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୬,୫୮୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୮୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।