ରାଜ୍ୟରେ ଆଜି ୧୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦/୭: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୫୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୦୪ ଓ ସ୍ଥାନୀୟ ଅଞ୍ଚଳରୁ ୬୫୪ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୭୫,୬୯୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୫୩,୦୮୮ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୬,୭୧୫ ଜଣ ଚିକିତ୍ସାଧୀନ ଅଛନ୍ତି।