ରାଜ୍ୟରେ ଆଜି ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭/୧୧: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୨୬୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୨୬,୮୬୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୪୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।