ରାଜ୍ୟରେ ଆଜି ୧୫୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୧/୭: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୫୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୧୫ ଓ ସ୍ଥାନୀୟ ଅଞ୍ଚଳରୁ ୬୬୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୭୭,୨୬୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୫୪,୯୨୯ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୬,୩୮୪ ଜଣ ଚିକିତ୍ସାଧୀନ ଅଛନ୍ତି।