ରାଜ୍ୟରେ ଆଜି ୭୭୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୪/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୭୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୩୩୧ ଓ ସ୍ଥାନୀୟ ଅଞ୍ଚଳରୁ ୩୩୯୮ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୯୮,୬୯୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୭ଲକ୍ଷ ୧୩ ହଜାର ୦୫୫ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୮୨୬୭୯ ଜଣ ଚିକିତ୍ସାଧୀନ ଅଛନ୍ତି।