ରାଜ୍ୟରେ ଆଜି ୧୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୭/୮: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୩୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୮୫,୮୨୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୬୬,୯୨୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୨,୪୮୦ ଜଣ ଚିକିତ୍ସାଧୀନ ଅଛନ୍ତି।