ରାଜ୍ୟରେ ଆଜି ୧୦୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୧/୮: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୨୬ ଓ ସ୍ଥାନୀୟ ଅଞ୍ଚଳରୁ ୪୫୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୦,୦୭୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୭୨,୭୧୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୦,୬୮୨ ଜଣ ଚିକିତ୍ସାଧୀନ ଅଛନ୍ତି।