ରାଜ୍ୟରେ ଆଜି ୭୦୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୬/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୯୨୧ ଓ ସ୍ଥାନୀୟ ଅଞ୍ଚଳରୁ ୩୦୮୧ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୭ଲକ୍ଷ ୩୨ ହଜାର ୦୧୮ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୭୮୦୩୧ ଜଣ ଚିକିତ୍ସାଧୀନ ଅଛନ୍ତି।