ରାଜ୍ୟରେ ଦିନକରେ ଆଉ ୮୬୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୬/୮: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୦୭ ଓ ସ୍ଥାନୀୟ ଅଞ୍ଚଳରୁ ୩୬୧ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୯୫,୪୩୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯,୭୮,୨୪୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୦,୧୮୭ ଜଣ ଚିକିତ୍ସାଧୀନ ଅଛନ୍ତି।