ରାଜ୍ୟରେ ଆଜି ୬୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୭/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୪୫୩ ଓ ସ୍ଥାନୀୟ ଅଞ୍ଚଳରୁ ୨୬୬୫ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୭ଲକ୍ଷ ୩୯ ହଜାର ୩୭୬ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୭୬,୭୫୦ ଜଣ ଚିକିତ୍ସାଧୀନ ଅଛନ୍ତି।