ରାଜ୍ୟରେ ଦିନକରେ ଆଉ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୯୬ ଜଣ

ଭୁବନେଶ୍ୱର,୩୦/୯: ରାଜ୍ୟରେ ଏବେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୫୩ ଓ ସ୍ଥାନୀୟ ଅଞ୍ଚଳରୁ ୨୪୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୯୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୬,୪୭୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୨,୫୮୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୬୪୨ ଜଣ ଚିକିତ୍ସାଧୀନ ଅଛନ୍ତି।