ରାଜ୍ୟରେ ଦିନକରେ ଆଉ ୪୭୭ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୭୪ ଜଣ

ଭୁବନେଶ୍ୱର,୧/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୮ ଓ ସ୍ଥାନୀୟ ଅଞ୍ଚଳରୁ ୧୯୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୬,୯୫୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୩,୧୪୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୫୫୬ ଜଣ ଚିକିତ୍ସାଧୀନ ଅଛନ୍ତି।