ରାଜ୍ୟରେ ଦିନକରେ ଆଉ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୮୦ ଜଣ

ଭୁବନେଶ୍ୱର,୬/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୯,୪୧୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୬,୧୬୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୯୬୭ ଜଣ ଚିକିତ୍ସାଧୀନ ଅଛନ୍ତି।