ସାଂଘାତିକ ସ୍ଥିତି: ରାଜ୍ୟରେ ଆଜି ୮୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୭୮୧ ଓ ସ୍ଥାନୀୟ ଅଞ୍ଚଳରୁ ୩୬୦୫ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୮ ହଜାର ୫୧୫କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୭୧ ହଜାର ୨୦୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୫୫,୨୪୫ ଜଣ ଚିକିତ୍ସାଧୀନ ଅଛନ୍ତି।