ଦେଶରେ ୨୪ ଘଣ୍ଟାରେ ୩,୪୩,୧୪୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୪/୫: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୩,୪୩,୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦୦୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୪୦ଲକ୍ଷ ୪୬ ହଜାର ୮୦୯କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୬୨,୩୧୭ ରେ ପହଞ୍ଚିଛି । ଏବେ ସୁଦ୍ଧା ୨,୦୦,୭୯,୫୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୩୭,୦୪,୮୯୩ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।