ପୁଣିଥରେ କାୟା ବିସ୍ତାର କରିବାରେ ଲାଗିଛି କରୋନା : ୨୪ ଘଣ୍ଟାରେ ୨,୭୩,୮୧୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୯/୪: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୨,୭୩,୮୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୧୯ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୭୮,୭୬୯ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୯,୫୩,୮୨୧ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୧୯,୨୯,୩୨୯ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।