ଦେଶରେ ୨୪ ଘଣ୍ଟା ଭିତରେ ୩୮,୬୨୮ ଜଣ କରୋନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ ,୭/୮ : ଦେଶରେ ଗତ ୨୪ ଘଣ୍ଟା ଭିତରେ ୩୮,୬୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୯୫,୩୮୫ କୁ ବୃଦ୍ଧି ପାଇଛି । ସେହିପରି ଆଜି ୬୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୭,୩୭୧ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩,୧୦,୫୫,୮୬୧ ଜଣ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୪,୧୨,୧୫୩ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।