ମାଡି ଚାଲିଛି କରୋନା: ରାଜ୍ୟରେ ଆଜି ୬୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୫୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୮୨୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୭୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୪ ହଜାର ୦୫୬କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୬୨ ହଜାର ୯୩୧ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୪୯,୦୭୫ ଜଣ ଚିକିତ୍ସାଧୀନ ଅଛନ୍ତି।