ବେହାଲ କଲାଣି କରୋନା: ରାଜ୍ୟରେ ଆଜି ୮୦୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୦୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୫୬୮ ଓ ସ୍ଥାନୀୟ ଅଞ୍ଚଳରୁ ୩୪୪୭ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୨ ହଜାର ୬୨୨କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୯୧ ହଜାର ୦୪୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୬୯,୪୫୩ ଜଣ ଚିକିତ୍ସାଧୀନ ଅଛନ୍ତି।