ରାଜ୍ୟରେ ଆଜି ୯୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୯୮୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୬୧୧ ଓ ସ୍ଥାନୀୟ ଅଞ୍ଚଳରୁ ୪୨୭୮ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୯ ହଜାର ୬୪୧କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪ ଲକ୍ଷ ୧୦ ହଜାର ୨୨୭ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୭୭,୨୫୭ ଜଣ ଚିକିତ୍ସାଧୀନ ଅଛନ୍ତି।