ରାଜ୍ୟରେ ଆଜି ୮୩୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୩୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୭୪୧ ଓ ସ୍ଥାନୀୟ ଅଞ୍ଚଳରୁ ୩୬୫୮ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୮୨,୧୩୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୬ଲକ୍ଷ ୯୨ ହଜାର ୦୨୭ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୮୭୨୨୦ ଜଣ ଚିକିତ୍ସାଧୀନ ଅଛନ୍ତି।