ରାଜ୍ୟରେ ଆଜି ୭୩୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୩୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୧୬୯ ଓ ସ୍ଥାନୀୟ ଅଞ୍ଚଳରୁ ୩୨୨୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୦୬,୦୯୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୭ଲକ୍ଷ ୨୪ ହଜାର ୪୦୨ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୭୮୬୮୭ ଜଣ ଚିକିତ୍ସାଧୀନ ଅଛନ୍ତି।