ଦେଶ ପରି ରାଜ୍ୟରେ ମଧ୍ୟ କରୋନା ସ୍ଥିତି ସଙ୍ଗୀନ, ଆଜି ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧/୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୩୧ ଓ ସ୍ଥାନୀୟ ଅଞ୍ଚଳରୁ ୧୬୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୩୧୧କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୭ ହଜାର ୦୯୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୨୨୪୬ ଜଣ ଚିକିତ୍ସାଧୀନ ଅଛନ୍ତି।