ରାଜ୍ୟରେ କରୋନ ସ୍ଥିତି ସାଂଘାତିକ, ୨୪ ଘଣ୍ଟାରେ ୧୩୭୪ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮୧୨ ଓ ସ୍ଥାନୀୟ ଅଞ୍ଚଳରୁ ୫୬୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୮ ହଜାର ୧୮୨କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୯ ହଜାର ୨୦୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୭୦୦୩ ଜଣ ଚିକିତ୍ସାଧୀନ ଅଛନ୍ତି।