ରାଜ୍ୟର ୧୪ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୪/୭: ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା । ଫଳରେ ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ବର୍ଷା ଲାଗି ରହିଛି ।  ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୪ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼ ଏବଂ କେନ୍ଦୁଝର।