ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍‌ ସିଟିରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪/୯: ବଙ୍ଗୋପସାଗରରେ ୧୮ ସେପ୍ଟେମ୍ବର ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣରେ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ ଓ କଳାହାଣ୍ଡି ପ୍ରଭୃତି ୧୩ଟି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୩ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍‌ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱରର ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷାର ସମ୍ଭାବନା ରହିଛି।