ରାଜ୍ୟରେ ଆଜି ୪୬୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୮୯ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୭ ହଜାର ୨୧୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୨୫୮୬ ଜଣ ଚିକିତ୍ସାଧୀନ ଅଛନ୍ତି।