ଆସନ୍ତାକାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫/୧୦ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଜନ୍ମଦିନ ପାଳିବେନି ନବୀନ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ମୁଁ ସବୁବେଳେ ଋଣୀ। କୋଭିଡ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆସନ୍ତାକାଲି ନବୀନ ନିବାସ ନ ଆସି କୋଭିଡରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ, ତାହା ମୋପାଇଁ ସବୁଠାରୁ ବଡ଼ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।