ପୁରୀରେ ପାଳନ ହେବ ନୌସେନା ଦିବସ, କଣ ରହିଛି ଟ୍ରାଫିକ ବ୍ୟବସ୍ଥା?

ଭୁବନେଶ୍ୱର,୦୪/୧୨: ଆଜି ପୁରୀରେ ପାଳନ ହେବ ନୌସେନା ଦିବସ । ଏହି କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୌବୀରଙ୍କ ପରାକ୍ରମ ଦେଖିବାକୁ ଶ୍ରୀକ୍ଷେତ୍ରରେ ଜମିବ ପ୍ରବଳ ଭିଡ଼ । ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୁବନେଶ୍ବରରୁ ଆସୁଥିବା ୪ ଚକିଆ ଯାନ ଗୁଡ଼ିବ ମାଳତିପାଟପୁରଠାରୁ ଗ୍ରୀଡ ଷ୍ଟେସନ ଦେଇ ତାଳବଣିଆ ଯିବେ । ଦୁଇ ଚକିଆ ଯାନ ଗୁଡ଼ିକ ବାଟଗାଁରୁ ମଙ୍ଗଳାହାଟ ବାଇପାସ ଦେଇ ଷ୍ଟଲିନ୍‌ ଯାଏ ଯିବେ । କୋଣାର୍କ ପଟୁ ଆସୁଥିବା ଯାତ୍ରୀ ତାଳବଣିଆରେ ଗାଡ଼ି ପାର୍କିଂ କରିପାରିବେ । ବ୍ରହ୍ମଗିରି ପଟୁ ଆସୁଥିବା ଦର୍ଶକ ଷ୍ଟଲିନ୍‌ ନିକଟରେ ଗାଡ଼ି ରଖିପାରିବେ । ଅରେଞ୍ଜ ପାସଧାରୀଙ୍କ ପାଇଁ ଜେଲ୍‌ ରୋଡ୍‌ ଓ ଶରଧାବାଲିରେ ପାର୍କିଂ ବ୍ୟବସ୍ଥା । ବ୍ଲୁ ପାସଧାରୀଙ୍କ ପାଇଁ ହୋଟେଲ ନୀଳାଚଳ ଅଶୋକ ଏବଂ ଏସସିଏସ କଲେଜରେ ପାର୍କିଂ ବ୍ୟବସ୍ଥା ।