ତିନି ମାସ ଭିତରେ ଦାବି ପୂରଣ ନେଇ ପ୍ରଚେଷ୍ଟା କରାଯିବ :ପରିବହନ ମନ୍ତ୍ରୀ

ଭୁବନେଶ୍ବର,୧୮/୪: ବିଭିନ୍ନ ଦାବିପୂରଣ ପାଇଁ ଓଡ଼ିଶା ଡ୍ରାଇଭର୍ ମହାସଂଘ ପକ୍ଷରୁ ରାଜଧାନୀରେ ଆନ୍ଦୋଳନ କରିଥିଲେ। ଏହା ପରେ ଡ୍ରାଇଭର ମହାସଂଘର କର୍ମକର୍ତ୍ତାଙ୍କ ସହ ସରକାର ଆଲୋଚନା କରିଛନ୍ତି। ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରତିକ୍ରିୟା ରଖି କହିଛନ୍ତି ଯେ ଡ୍ରାଇଭର ମହାସଂଘର ଦାବି ସଂକ୍ରାନ୍ତରେ ପରିବହନ ଓ ଶ୍ରମ ବିଭାଗ ଅଧୀନରେ ଏକ କମିଟି ଗଠନ କରାଯିବ। ଏହି କମିଟି ବିଭିନ୍ନ ରାଜ୍ୟ ଗସ୍ତ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବ। ଆଗାମୀ ତିନି ମାସ ଭିତରେ ଦାବି ପୂରଣ ନେଇ ଉଦ୍ୟମ ହେବ। ଡ୍ରାଇଭର ମହାସଂଘକୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ କୁହାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ୧୦ ଦଫା ଦାବି ନେଇ ଦାବିପୂରଣ ପାଇଁ ଓଡ଼ିଶା ଡ୍ରାଇଭର୍ ମହାସଂଘ ପକ୍ଷରୁ ରାଜଧାନୀ ଭୁବନେଶ୍ବରରେ ବିଶାଳ ରାଲିର ଆୟୋଜନ କରାଯାଇଥିଲା ।