ଟନେଲରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅପରେସନ ଜିନ୍ଦଗୀ

ନୂଆଦିଲ୍ଲୀ,୧୯/୧୧: ଅନ୍ଧାରରେ ବିତିଲାଣି ସପ୍ତାହେ ପରେ। ଏହାରିମଧ୍ୟରେ ଉତ୍ତରାଖଣ୍ଡ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅପରେସନ ଜିନ୍ଦଗୀ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି ସ୍ଥାନୀୟ ସରକାର । ଏଥିପାଇଁ ଅଷ୍ଟ୍ରେଲିଆର ଜଣେ ମାଇକ୍ରୋ ଟନେଲ ବିଶେଷଜ୍ଞ ଉତରକାଶୀ ପହଂଚିସାରିଛନ୍ତି । ଯୋଜନା ଅନୁସାରେ ଟନେଲ ଉପରୁ କଟାଯାଇ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରାଯିବ । ଟନେଲ ଭିତରୁ ଶ୍ରମିକଙ୍କୁ ଏୟାରଲିଫି୍ଟ କରିିବାକୁ ଯୋଜନା ରହିଛି  । ପ୍ଲାନ୍-ବି ପାଇଁ ରେଲୱେ ଓ ନରୱେର ଏକ୍ସପର୍ଟ ଟିମ୍ ମଧ୍ୟ କାମ କରୁଥିବା ଜଣାଯାଇଛି ।