ଭୁବନେଶ୍ୱର,୪/୧୧: ଥାନାରେ ହାଜର ହେଲେ ପ୍ରଯୋଜକ ଟୁଟୁ ନାୟକ । ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ନେଇ ଖାରବେଳନଗର ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ଟୁଟୁ ନାୟକଙ୍କୁ ଉଠାଇ ଆଣିଥିଲା ପୁଲିସ । ଥାନାରେ ତାଙ୍କୁ ପଚରାଉଚରା କରୁଛି ପୋଲିସ । ଶୁକ୍ରବାର ଜଣେ ମହିଳା ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ମହିଳା କମିଶନ । ଏବଂ ଘଟଣା ସମ୍ପର୍କରେ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।