ମେମୁ ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିବା ଘଟଣା, ୨ଜଣ ରେଳ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୧୯/୦୭: ନୀଳଗିରି ରୋଡରେ ମେମୁ ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିବା ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ୨ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରାଯାଇଛି। ଷ୍ଟେସନ ମାଷ୍ଟର, ପଏଣ୍ଟମ୍ୟାନଙ୍କୁ ନିଲମ୍ବନ କରାଯାଇଛି । ଖଡଗପୁର ରେଳ ଡିଭିଜନ ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଖଡଗପୁର ଡିଭିଜନର ସିନିୟର ଡିସିଏମ ଏ ନେଇ ସୂଚନା ଦେଇଛନ୍ତି ।​

ସୂଚନାଯୋଗ୍ୟ ଯେ ଟ୍ରେନ୍‌ଟିର ଗତି ବଢ଼ୁଥିବା ବେଳେ ଏହା ମେନ୍‌ ଲାଇନ୍‌ରେ ନଯାଇ ଷ୍ଟେସନ୍‌ ନିକଟ ଲୁପ୍‌ ଲାଇନ୍‌କୁ ଚାଲିଯାଇଥିଲା। ଯାହାର ଆଗକୁ ମେନ୍‌ ଲାଇନ୍‌ ସହ କୌଣସି ସଂଯୋଗ ନଥିଲା। ଏହି ସମୟରେ ଟ୍ରେନ୍‌ର ଦୁଇ ଲୋକୋ ପାଇଲଟ୍‌ଙ୍କ ସଂଦେହ ହୋଇଥିଲା । ସେମାନେ ଟ୍ରେନ୍‌ଟି ଲୁପ୍‌ ଲାଇନ୍‌ରେ ଯାଉଥିବା ଏବଂ ନିଶ୍ଚିତ ଦୁର୍ଘଟଣା ହେବା ଜାଣି ଏମର୍‌ଜେନ୍‌ସି ବ୍ରେକ୍‌ ଲଗାଇଥିଲେ।