ଜମ୍ମୁ ଓ କଶ୍ମୀରରେ ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୪/୫: ଆଜି ଜମ୍ମୁ ଓ କଶ୍ମୀରର ବାରମୂଳା ଜିଲ୍ଲାରେ ନିରାପତ୍ତା ବଳ ଓ ଆତଙ୍କବାଦୀମାନଙ୍କ ମଧ୍ୟରେ ଗୁଳି ବିନିମୟ ଘଟିବାରୁ ୨ଜଣ ଆତଙ୍କବାଦୀଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରୁ ଗୋଟାଏ ଏ.କେ. ୪୭ ରାଇଫଲ୍‌ ଓ ଗୋଟିଏ ପିସ୍ତଲ୍‌ ସମେତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି। ଉତ୍ତର କଶ୍ମୀରର ବାରମୂଳା ଜିଲ୍ଲା ଅନ୍ତର୍ଗତ ୱାନିଗାମ୍‌ ପେୟୀନ କ୍ରୀରି ଅଞ୍ଚଳରେ ଆତଙ୍କବାଦୀମାନଙ୍କ ଉପସ୍ଥିତି ନେଇ ଗୁଇନ୍ଦା ସୂଚନା ପାଇ ନିରାପତ୍ତା ବଳ ଆଜି ସକାଳେ ସେଠାରେ ‘କର୍ଡନ୍‌ ଆଣ୍ଡ୍‌ ସର୍ଚ’ ଅଭିଯାନ ଆରମ୍ଭ କରିଥିଲା।