ଭୁବନେଶ୍ବର,୧୭/୭: ରାଜଧାନୀର ୟୁନିଟ୍ ୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ରମା ଦେବୀ ଜୁନିଅର କଲେଜ୍ ଚାଲିବ। ଏଠାରେ ପ୍ରଥମ ପର୍ଯ୍ୟାୟରେ କଳା ଓ ବାଣିଜ୍ୟ ବିଭାଗର ପାଠପଢ଼ା ହେବ। ଏନେଇ ଗଣଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦଶାଳୟର ନିର୍ଦ୍ଦେଶକ। ତେବେ ସେଠାରେ ଲ୍ୟାବ୍ ନଥିବାରୁ ବିଜ୍ଞାନ ବିଭାଗର ଛାତ୍ରୀମାନେ ରମା ଦେବୀ ବିଶ୍ଵବିଦ୍ୟାଳୟରେ ପଢ଼ିବେ ବୋଲି ଜଣାଯାଇଛି।
ଅନ୍ୟପଟେ ୟୁନିଟ୍ ୯ବାଳିକା ବିଦ୍ୟାଳୟକୁ ୟୁନିଟ୍ ୯ ବାଳକ ବିଦ୍ୟାଳୟରେ ମିଶ୍ରଣ କରିବାକୁ ନିଷ୍ପତ୍ତି ହୋଇଛି। ଏପଟେ ୟୁନିଟ୍-୯ ବାଳିକା ହାଇସ୍କୁଲର ମିଶ୍ରଣ ପ୍ରତିବାଦରେ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ବିଦ୍ୟାଳୟ ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି ଛାତ୍ରୀ ଓ ଅଭିଭାବକ। ୟୁନିଟ୍ -୯ ହାଇସ୍କୁଲ ସହ ମିଶ୍ରଣ ହେବା ଦ୍ୱାରା ଛାତ୍ରୀମାନଙ୍କ ପାଠପଢ଼ା ପ୍ରଭାବିତ ହେବ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି ।