ୟୁପି ହାଥରସରେ ଦଳାଚକଟା ଘଟଣା, ମୃତ୍ୟୁ ସଂଖ୍ୟା ୬୦କୁ ବୃଦ୍ଧି

ଭୁବନେଶ୍ୱର,୨/୦୭: ୟୁପି ହାଥରସରେ ଘଟିଥିବା ଦଳଚକଟାରେ ବଢୁଛି ମୃତ୍ୟୁ ସଂଖ୍ୟା। ଏବେ ସୁଦ୍ଧା ୬୦ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ଦେଇଛନ୍ତି ଜିଲ୍ଲା ମାଜିଷ୍ଟ୍ରେଟ୍ । ଉତ୍ତରପ୍ରଦେଶ ହାଥରସ ସିକନ୍ଦରାବାଦ ଫୁଲେରା ଗାଁରେ ଭୋଲେ ବାବାଙ୍କ ସତସଙ୍ଗ୍ ଚାଲିଥିବା ବେଳେ ଏଭଳି ଘଟଣା ଘଟିଛି । ମୃତକ ମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ରହିଥିବା ଜଣାପଡିଛି । ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଉଥିବା ବେଳେ ଆଗକୁ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି । ସେପଟେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଆହତମାନଙ୍କୁ ମେଡିକାଲରେ ତୁରନ୍ତ ଚିକିତ୍ସା ଯୋଗାଇଦେବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୃତକଙ୍କ ପାଇଁ ୨ଲକ୍ଷ ଓ ଆହତ ମାନଙ୍କ ପାଇଁ ୫୦ ହଜାର ଲେଖାଁଏ ସହାୟତା ରାଶି ଘୋଷଣା କରିଛନ୍ତି ।

ସେପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଏହି ବଡ଼ ଅଘଟଣକୁ ନେଇ ସୋସିଆଲ ମିଡ଼ିଆ ଏକ୍ସ ଆକାଉଣ୍ଟରେ ଦୁଃଖ ପ୍ରକାଶ କରିଛନ୍ତି। ସଂସଦରେ ନିଜ ଅଭିଭାଷଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମବେଦନା ପ୍ରକାଶ କରିଛନ୍ତି ।