ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୪/୦୩: ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବୃଦ୍ଧି ପାଇଛି। ମାସିକ ୭,୪୦୦ ପାଉଥିବା ବେଳେ ଏବେ ୧୫,୦୦୦ ଟଙ୍କା ପାଇବେ । ପାରିଶ୍ରମିକ ଟଙ୍କା ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି ।