ଭୁବନେଶ୍ୱର,୧/୦୪: ଆଜି ଉତ୍କଳ ଦିବସ । ଆଉ ଏହି ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ଓଡ଼ିଶାବାସୀଙ୍କ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ ଏହାସହ ସେ ଏହା ମଧ୍ୟ କହିଛନ୍ତି ଯେ ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ସେହିପରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ । ଓଡ଼ିଶାବାସୀ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବଢ଼ାଇଥିବା ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ପାଇଁ ବିନମ୍ର ଶ୍ରଦ୍ଧାଞ୍ଜଳି । ଆସନ୍ତୁ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବା ବୋଲି ସେ କହିଛନ୍ତି ।