ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମମାଟିକୁ ଆସି ଧନ୍ୟ ମନେ କରୁଛି: ମୁଖ୍ୟମନ୍ତ୍ରୀ

ପୁରୀ,୨୩/୨: ଆଜି ସୁଆଣ୍ଡୋ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ କହିଛନ୍ତି ଯେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମମାଟିରେ ପାଦ ଦେଇଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି। ମୁଁ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ସେ ଥିଲେ ଯୁଗପୁରୁଷ। ଓଡ଼ିଆ ଜାତି ସର୍ବଦା ଗୋପବନ୍ଧଙ୍କଠାରେ ଋଣୀ।

ଏହାସହ ୫ଟି ଉପକ୍ରମରେ ଓଡ଼ିଶାର ବରପୁତ୍ରମାନଙ୍କ ଜନ୍ମପୀଠର ବିକାଶ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗୋପବନ୍ଧୁଙ୍କ ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍କଳମଣି ଥିଲେ ମାନବ ସମାଜର ମଣି । ତାଙ୍କ ତ୍ୟାଗ, ଦେଶଭକ୍ତି, ସେବା ଓ ଜାତିପ୍ରୀତିର ତୁଳନା ନାହିଁ। ଓଡ଼ିଶାରେ ଜାତୀୟତାବାଦୀ ଚେତନାର ବିକାଶରେ ସେ ଥିଲେ କର୍ଣ୍ଣଧାର। ଭୋଗ ନୂହେଁ, ତ୍ୟାଗ ହିଁ ମହାନ, ସେବା ହିଁ ଶ୍ରେଷ୍ଠ – ଏହା ହିଁ ହେଉଛି ଗୋପବନ୍ଧୁଙ୍କ ଜୀବନର ବାର୍ତ୍ତା।