ରାଜ୍ୟରେ ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ, ପ୍ରସ୍ତାବକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୦୪: ଚାକିରି ଖୋଜୁଥିବା ଆଶାୟୀଙ୍କ ପାଇଁ ଖୁସି ଖବର। ରାଜ୍ୟରେ ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ । ଆଜି ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି । ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ମୋଟ ପଦବୀ ସଂଖ୍ୟା ୨୦,୧୭୫ ହେଲା । ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *