ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬/୫: ରାଜଧାନୀ ଭୁବନେଶ୍ବରରେ ଶ୍ରୀ ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ମଧ୍ୟ ଉତ୍ସବରେ ଯୋଗ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଗତ ସାତ ଦିନ ଧରି ଚାଲିଥିବା ଏହି ଉତ୍ସବର ଆଜି ଉଦଯାପନୀ ଉତ୍ସବ ହୋଇଛି।