ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର, ୨/୪: ଦୁଇଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ। ସେ ଏବେ ରାଜଧାନୀ ଭୁବନେଶ୍ବରରେ ପହଞ୍ଚିଛନ୍ତି  । ତାଙ୍କୁ ବିମାନବନ୍ଦରରେ ସ୍ବାଗତ କଲେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆଜି କଟକରେ ସାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତାକାଲି ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।